ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଳକର ପର୍ରତାଡା ଗ୍ରାମ ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, କାଶୀ ନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ବି .ସାୟାମ୍ମା ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅଭିଯୋଗ ଶୁଣାଣୀରେ ସର୍ଵ ମୋଟ 132 ଗୋଟି ଅଭିଯୋଗ ଆସିଥିବା ବେଳେ ଗୋଟିଏ ଅଭିଯୋଗ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସମାଧାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ !!!

