କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରୁତୁଙ୍ଗିଆ ପଞ୍ଚାୟତର ସେଣ୍ଟ ଜାଭିଅର୍ ସ୍କୁଲରେ ଅଘଟଣ । ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିବା ୭ମ ଶ୍ରେଣୀର ତିନି ଜଣ ଛାତ୍ର ବୁଧବାର ଦିନ ର ମଧ୍ୟାହ୍ନ ଛୁଟି ବେଳେ କେଉଁଠି ଥିବା ଏକ ବିସ୍ପୋରକ ଧରିଥିବା ବେଳେ କୈାଣସି କାରଣ ବଶତଃ ବିସ୍ପୋରକଟି ହଠାତ ଫୁଟିଯିବା ଫଳରେ ତିନି ଜଣ ଛାତ୍ର ଆହାତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଥିବା ଜଣାପଡିଛି l ଖବର ପାଇ ବିଦ୍ୟାଳୟ କର୍ତ୍ତୃପକ୍ଷ ସଙ୍ଗେ ସଙ୍ଗେ ଛାତ୍ର ମାନଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଆଣି ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଜିଲ୍ଲା ଡାକ୍ତରଖାନାକୁ ପଠାଇ ଦିଆଯାଇଥିବା ଜଣାପଡିଛି l

ଏଭଳି ଏକ ଅଭାବନୀୟ ଘଟଣା କୁ ନେଇ ସେଇ ସ୍କୁଲର କର୍ତ୍ତୃପକ୍ଷ ସଠିକ ଉତ୍ତର ଦେଉନଥିବା ବେଳେ ଯାହା କହୁଛନ୍ତି ସେଥିରେ କିଛି ସତ୍ୟତା ନଥିବା ଜଣା ପଡିଛି l ଛାତ୍ରମାନେ କେଉଁଠାରୁ ସ୍କୁଲ ପରିସରକୁ ନିଜ ପକେଟ୍ ଭିତରେ ଯେ କୌଣସି ଏକ ବିସ୍ପୋରକ ସାମଗ୍ରୀ ଆଣିଥିଲେ ତାହା ତଦନ୍ତ ସାପେକ୍ଷ । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହେଉଛି l

