ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ବ୍ୟାପକ ଅନିୟମିତତା ନେଇ ସ୍ମାରକପତ୍ର ପ୍ରଦାନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଠାରେ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ବ୍ୟାପକ ଅନିୟମିତତା ହୋଇ ଥିବା ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ ପାଳଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରାରେ ବିଭିନ୍ନ ନାରା ବାଜୀ ଦେଇ ବ୍ଲକ କାର୍ଯ୍ୟାଳୟ ଠାରେ ପହଞ୍ଚି ପ୍ରତିବାଦ ଜଣାଇଥିଲେ । ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ ଦିଆଯାଇ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଦେବା ସକାଶେ ଦାବୀ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ବିଜେପି ନେତା ସିଦ୍ଧେଶ୍ବର ମିଶ୍ର, ଗୋଶାଣୀ ସରପଞ୍ଚ, ବହୁ ବିଜେପି ନେତା ଓ କର୍ମୀ ଯୋଗ ଦେଇଥିଲେ । ଏହି ସ୍ମାରକପତ୍ର ବ୍ଲକର ସେକସନ ଅଫିସର ଙ୍କୁ ପ୍ରଦାନ କରାଯାଇଛି । ଶାନ୍ତିଶୃଙ୍ଖଳା ନିମନ୍ତେ ପୋଲିସ ମୁତୟନ ହୋଇଥିଲା ।

Leave a Reply

Your email address will not be published. Required fields are marked *