Site icon Awaj Media

ସୁକିନ୍ଦା ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ମହାବିଦ୍ୟାଳୟରେ ଗତ ଜାନୁଆରୀ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ମହିଳା ଆତ୍ମରକ୍ଷା କୌଶଳ ତାଲିମ ଶିବିର ଶନିବାର ଦିନ ଉଦଯାପିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ଏହି କାର୍ଯ୍ୟକ୍ରମ ଜାରି ରହିଛି । ମହାବିଦ୍ୟାଳୟ ଅଧକ୍ଷ ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ହାଇକୋର୍ଟର ଆଇନିଜିବୀ ରାଜେନ୍ଦ୍ର କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ବିମଳେନ୍ଦୁ ବେହୁରା ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ଏହି ଶିବିରର ଉପାଦେୟତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମ ବାଳିକା ମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ସହ ଆତ୍ମବଳ ବୃଦ୍ଧି କରିବାରେ ସହାୟକ ହେବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଇଂରାଜୀ ବିଭାଗ ପ୍ରାଧ୍ୟାପକ ହିମାଂଶୁ ଶେଖର ଦ୍ୱିବେଦୀ, ଅଧ୍ୟାପିକା ବନିତା କର, କାର୍ଯ୍ୟକ୍ରମ ସଂଯୋଜିକା ଜ୍ୟୋତିର୍ମୟୀ ସାହୁ ଓ ଟ୍ରେନର ଲିପ୍ସାରାଣୀ ଶତପଥୀଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଉପସ୍ଥିତ ରହିଥିଲେ ।

Exit mobile version