ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ନିଳାମ୍ବୁ ମହୋତ୍ସବ ୨୦୨୩ ଆୟୋଜିତ !!!

Spread the love

ଟାଙ୍ଗୀ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ଟାଙ୍ଗୀ ବଳରାମ ଦେବଙ୍କ ବିଦ୍ୟାପିଠ ଖେଳ ପଡିଆରେ ନିଳାମ୍ବୁ ମହୋତ୍ସବ ଆୟୋଜିତ ହୋଇଯାଇଛି । ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ସଭାପତି ପଦ୍ମନାଭ ବିଶ୍ୱାଳଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଖୋର୍ଦ୍ଧା ବିଧାୟକ ଜୋତିନ୍ଦ୍ରନାଥ ମିତ୍ର, ଖୋର୍ଦ୍ଧା ର ପୂର୍ବତନ ବିଧାୟକ ଡଃ ଦିଲ୍ଲୀପ ଶ୍ରୀଚନ୍ଦନ, ଟାଙ୍ଗୀ ବ୍ଲକ ଅଧ୍ୟକ୍ଷା ରିସ୍ମା ମାନଧାତା, ସମାଜସେବୀ ଡଃ ପ୍ରକାଶ ଶ୍ରୀଚନ୍ଦନ, ଟାଙ୍ଗୀ ବ୍ଲକ ସରପଞ୍ଚ ଉପସ୍ଥିତ ରହିଥିଲେ ! ମହୋତ୍ସବ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ର, ମହୋତ୍ସବ କମିଟିର ଉପାଦେଷ୍ଟା ସଂଜୟ ପଟ୍ଟନାୟକ, ସାମ୍ବାଦିକ ସଂଘର ସମ୍ପାଦକ ମନୋଜ ପଟ୍ଟନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ଏହି ନିଳାମ୍ବୁ ମହୋତ୍ସବ ୮ ତାରିଖ ରୁ ଆରମ୍ଭ ହୋଇ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ମହୋତ୍ସବ ପଡିଆରେ ଆକର୍ଷଣୀୟ ଦୋଳି, ବିଭିନ୍ନ ସରକାରୀ ଓ ବେସରକାରୀ ଷ୍ଟଲ ପଡିଥିବା ବେଳେ ସ୍ୱୟଂ ସହାୟିକା ଗୋଷ୍ଠୀ ର ମହିଳା ମାନେ କେତେକ ଷ୍ଟଲ ପକାଇଛନ୍ତି । ଉଦଘାଟନୀ ଦିବସରେ ବିଭିନ୍ନ କଳାକାର ମାନଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ ଚାଲିଥିବା ବେଳେ ସମ୍ବଲପୁର ର ଲହରଗାଂ ଟ୍ରାଇବାଲ ଆର୍ଟ ଆଣ୍ଡ କଲଚରର କଳାକାର ମାନେ ସେମାନଙ୍କ ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ବିଭୋର କରିଥିଲେ । ଦର୍ଶକ ମାନେ ମନୋରଞ୍ଜନ କାର୍ଯ୍ୟକ୍ରମ କୁ ମନୋଭରି ଉପଭୋଗ କରିଥିଲେ ।

Leave a Reply

Your email address will not be published. Required fields are marked *