ବାଣପୁର ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ଗମ୍ଭାରୀମୁଣ୍ଡା ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଦୁଇଦିନ ଧରି ପାଳିତ ହୋଇଯାଇଛି । ଆଜି ହେଉଛି ଉଦଯାପନୀ ଦିବସ । ଏହି ମହୋତ୍ସବରେ ମୂଖ୍ୟ ଅତିଥି ଭାବରେ ଓଡିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବରେ ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଡା.ସୁରେନ୍ଦ୍ର ନାଥ ଦାସ । ମହାମହିମ ରାଜ୍ୟପାଳ ଛାତ୍ର ଛାତ୍ରୀଙ୍କୁ କିଛି ପ୍ରଶ୍ନ ପଚାରିଥିଲେ । ଉତ୍ତର ଦେଇଥିବା ଛାତ୍ର ଛାତ୍ରୀଙ୍କୁ ଏକ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ତ୍ରୀନାଥ ହୋତା ଅତ୍ୟନ୍ତ ସରସ ସୁନ୍ଦର କରିଥିବାରୁ ଓ ବିଦ୍ୟାଳୟର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସଂପାଦନ କରୁଥିବାରୁ ତାଙ୍କୁ ମଞ୍ଚରେ ତାଙ୍କୁ ଧନ୍ୟବାଦ ଦେଇଥିଲେ । ପରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମ ସରସ ସୁନ୍ଦର ହୋଇଥିବାରୁ ଅଭିଭାବକ ମାନେ ସ୍କୁଲର ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଦେଇଥିଲେ ।

Leave a Reply

Your email address will not be published. Required fields are marked *