Site icon Awaj Media

ଗଜପତି ବିଜେଡି ପକ୍ଷରୁ ଜିଲ୍ଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ପ୍ରଦାନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଚାଉଳ ଯୋଜନାରେ ରାଜ୍ୟର ଗରିବ ପରିବାରଙ୍କୁ ମୁଣ୍ଡ ପିଛା 5 କିଲୋ ଚାଉଳରୁ ବଞ୍ଚିତ କରାଯାଇ ଥିବା ନିଷ୍ପତ୍ତି ବିରୋଧରେ ଗଜପତି ଜିଲ୍ଲା ବିଜେଡି ନେତା ଓ କର୍ମୀଙ୍କ ଦ୍ୱାରା ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥି ସହିତ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ନଟବର ଗରଡ଼ ଙ୍କୁ ପ୍ରଦାନ କରିବା ସହ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ କରିବା ସହ ଏକ ସ୍ମାରକପତ୍ର ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଜରିଆରେ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଉପାଧ୍ୟକ୍ଷ ଲେଙ୍କା ମଧୁ, ଉପ ସଭାପତି ଲକ୍ଷ୍ମୀ ନାରାୟଣ ପରିଛା, ରାଜଜେମା କଲ୍ୟାଣି ଗଜପତି, ଯୁବ ନେତା ରୂପେଶ ପାଣିଗ୍ରାହୀ, ମାରୁତ ପାଳ, ଯାମାଦାର ପଟ୍ଟନାୟକ, ବସନ୍ତ ଦାସ, ସୁରେଶ ମାଝୀ, ମଣ୍ଟୁ ସବର ଙ୍କ ସହ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

Exit mobile version