ନୟାଗଡରେ ନୂତନ ଟ୍ରାଫିକ ବ୍ୟବସ୍ଥା ପାଇଁ ଶିଳାନ୍ୟାସ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ସହର ର ମୁଖ୍ୟ ଟ୍ରାଫିକ ଛକ, ଟ୍ରାଫିକ ବ୍ୟବସ୍ଥା ରୂପାନ୍ତରିକରଣ ପାଇଁ ଆଜି ଶିଳାନ୍ୟାସ ପର୍ବ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଛନ୍ତି । ପୈାର ପରିଷଦ ପକ୍ଷରୁ ପୁରୁଣା ବସଷ୍ଟାଣ୍ଡ ଠାରେ ଆୟୋଜିତ ସଭାରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାରପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ଆଶିଷ ଅଗ୍ରୱାଲ, ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର ପ୍ରମୂଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *