ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଜିଲ୍ଲା ପ୍ରଶିକ୍ଷଣ କେନ୍ଦ୍ର ଠାରେ ଚାଲିଥିବା ଗୋପାଳକ ଚାଷୀଙ୍କର ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ପରିସମାପ୍ତି ହୋଇଯାଇଛି । CUTM ର ଡାଇରି ଫମ ପରିଭ୍ରମଣ କରାଯାଇଥିଲା।ପରେ ଆସିଥିବା ଦୁଗ୍ଧ ଚାଷିଙ୍କୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଗିରିଶ କୁମାର ମହାନ୍ତି ସାର୍ଟିଫିକେଟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଉମାକାନ୍ତ ରଣା, ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସା (LP) ଅଧିକାରୀ ନାରାୟଣ ମହାପାତ୍ର, ଜିଲ୍ଲା ତାଲିମ ସଂଯୋଜକ ଅଭିଜିତ ମିଶ୍ର, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡକ୍ଟର ଶ୍ରୀକାନ୍ତ ଖଟୁଆ ପ୍ରମୁଖ ଉପସ୍ଥିତ ରହି ଚାଷୀଙ୍କୁ ସାର୍ଟିଫିକେଟ ପ୍ରଦାନ କରିବା ସହ ଚାଷୀଙ୍କୁ ଉତ୍ସାହିତ କରାଇଥିଲେ ।
ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ !!!

