Site icon Awaj Media

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଳକର ରାଗିଡି ଗ୍ରାମ ପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ସର୍ଵ ମୋଟ 56 ଗୋଟି ଅଭିଯୋଗ ଆସିଥିଲା ବେଳେ 27 ଗୋଟି ଅଭିଯୋଗ ତୁରନ୍ତ ପଦକ୍ଷେପ ନେଇ ସମାଧାନ କରାଯାଇଛି । 29 ଗୋଟି ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ପ୍ରମୁଖଙ୍କ ସମେତ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମରେ ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି ।

Exit mobile version