Site icon Awaj Media

ବାଣପୁର ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗଙ୍ଗାଧର ମହାପାତ୍ର ଉକ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ମୁଖ୍ୟ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଷଡ଼ଙ୍ଗୀ ଯୋଗଦେଇ ଜୀବନ କୌଶଳ ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ସୁଷମା ଦେଇ ଏସ ଆଇ ଟି , ଆର ଟି ଆଇ, ଏଚ ଆଇ ଭି, ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ଉପରେ ବାଳିକା ମାନଙ୍କୁ ଧାରଣା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ସନ୍ତୋଷ ସ୍ବାଇଁ , ଭଗବତୀ ମିଶ୍ର ,ଅପରାଜିତା ମିଶ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ । ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ପ୍ରମିଳା ଦେଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Exit mobile version