Site icon Awaj Media

୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି : ୧୫ ଦିନ ନିମନ୍ତେ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୯ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚି ଯାଇଛି l ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳ ବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ କରାଯାଇଛି ଯେ, ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନ ରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୯ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ତେର ଦଣ୍ଡ ଥଳ ଙ୍କୁ ବରଣ କରାଯିବ l ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତା ରେ ଧୂଳିଦଣ୍ଡ , ଅପରାହ୍ନ ଘ.୪.୩୦ମି. ରେ ବନ୍ଧପାଖ ରେ ପାଣିଦଣ୍ଡ ,ସନ୍ଧ୍ୟା ୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ l ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୧୦ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ, ଏଣୁ ସମସ୍ତ ଅଞ୍ଚଳ ବାସୀ ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଯୋଗଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l

Exit mobile version