କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩୦,୦୦୦ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ବିଚାରପତି । ୧୨ ଜଣ ସାକ୍ଷୀ ଙ୍କ ବୟାନ ଆଧାରକୁ ଵିଚାର କରି ଏଭଳି ରାୟ ଶୁଣାଇଛନ୍ତି କୋର୍ଟ । ଜରିମାନା ଅନାଦେୟ ଆଉ ଅଧିକ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ସେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୂଚନା ଥାଉକି, ପୀଡ଼ିତାର ପିତା ମାତା ସ୍ୱାସ୍ଥ୍ୟ ପରିକ୍ଷା ପାଇଁ ଫୁଲବାଣୀ ଡାକ୍ତରଖାନା ଯାଇଥିବା ବେଳେ ପୀଡିତା ଘରେ ଏକୁଟିଆ ଥିବାର ସୁଯୋଗରେ ଅପରାହ୍ନରେ ଅଭିଯୁକ୍ତ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏହି ସମୟରେ ପୀଡିତା ଚିତ୍କାର କରିଵାରୁ ତା’ର ସାଙ୍ଗ ଦୌଡି ଆସିଥିଲା । ଯେଉଁଥିପାଇଁ ଦୌଡି ପଳାଇ ଥିଲା ଅଭିଯୁକ୍ତ । ପରେ ଏ ସ°କ୍ରାନ୍ତରେ ପୀଡିତା ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ଥାନା ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ ।
ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା !!!

