Site icon Awaj Media

ଜିଲ୍ଲା ବିଜେଡି ସଭାପତି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ ବ୍ଳକ ସଦଭାବନା ସଭାଗୃହରେ ନଵ ନିଯୁକ୍ତ ଗଜପତି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ବିଜେଡି ନେତା ଅନ୍ତର୍ଯ୍ୟାମୀ ଗୋମାଙ୍ଗଙ୍କ ତତ୍ୱାବାଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ଉପାଧ୍ୟକ୍ଷ ଜ୍ୟୋତି ପ୍ରସାଦ ପାଣି, ଜିଲ୍ଲା ପରିଷଦ ସଭ୍ୟା ଗୌତମୀ ଜାନୀ , ଆର ଉଦୟଗିରି ବ୍ଳକ ସଭାପତି ଭୀମ ପାଇକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଆର ବିଜୟ କୁମାର ପ୍ରମୁଖ ମଞ୍ଚାସିନ ଥିଲେ ।ପ୍ରଥମେ କାର୍ଯ୍ୟାଳୟ ପରିସରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ତା ପରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ ଉପସ୍ଥିତ ସରପଞ୍ଚ, ସମିତି ସଭ୍ୟ, ଦଳୀୟ କର୍ମୀ ଉପଢୌକନ ସହ ପୁଷ୍ପ ଗୁଚ୍ଛ ଦେଇ ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ଙ୍କୁ ସମ୍ବର୍ଦ୍ଧନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ । ଶେଷରେ ବ୍ଳକ ବିଜେଡି ସଭାପତି ସୀମା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Exit mobile version