Site icon Awaj Media

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କେରଡଙ୍ଗୋ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ, ପିଏ ଆଇଟିଡିଏ ଶ୍ରୀ ଫାଲଗୁନି ମାଝୀ ଯୋଗଦାନ କରି କେରଡଙ୍ଗୋ, ପି.ଅନ୍ତରଡ଼ା, ନୂଆଗଡ ଓ ଲୁହାଙ୍ଗର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୫୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୧୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୩ ଗୋଟି ଓ ଦୁଇ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦୦୦/- ଟଙ୍କା ପ୍ରଦାନ କରାଯାଇଛି। ସେହିପରି ୭ ଜନଙ୍କୁ ମଧୁବାବୁ ପେନସନ ଯୋଜନର ସାମିଲ କରାଯାଛି, ୩୧ ଜଣଙ୍କୁ ପଟ୍ଟା ବଣ୍ଟନ କରାଯାଇଛି, ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ୟୁଇଲ୍ ଚେୟାର ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର କୁରେଶ ଚଦ୍ର ଜାନି , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

Exit mobile version