କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକରେ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ! କେନ୍ଦ୍ରାପଡା ଜିଲ୍ଲା ତିନିମୁହାଣୀ ଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମ ର ରାଜ୍ୟପାଳ ଜାନକୀବଲ୍ଲଭ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ କେନ୍ଦ୍ରାପଡ଼ା କଂଗ୍ରେସ ଓ ଜାନକୀବଲ୍ଲଭ ପଟ୍ଟନାୟକ ସ୍ମୃତି ପରିଷଦ କେନ୍ଦ୍ରାପଡା ପକ୍ଷରୁ ଜାନକୀବଲ୍ଲଭ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯିବା ସହିତ ମୁନିସିପାଲଟି ଟାଉନ ହଲ ଠାରେ ଶ୍ରଦ୍ଧାଞ୍ଜଳି ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସୌମ୍ୟରଞ୍ଜନ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ତଥା ଆଡ଼ଭୋକେଟ ଧରଣୀଧର ନାୟକ ଙ୍କ ସମେତ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଶତାଧିକ ଜନ ସାଧାରଣ ମଧ୍ୟ ଉପସ୍ଥିତ ରହିଥିଲେ ।
ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକରେ ଶ୍ରଦ୍ଧାଞ୍ଜଳି ସଭା !!!

