Site icon Awaj Media

ବାଣପୁର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ : ଦେଶୀ ମଦ ସମେତ ସ୍କୁଟି ଜବତ , ଅଭିଯୁକ୍ତ ଗିରଫ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ,ବାଣପୁର, ଚିଲିକା ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢିବାରେ ଲାଗିଛି । ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ କରି ଗିରଫ କରିଲେ ମଧ୍ୟ ସୁଧୁରିବାର ନାଁ ଧରୁ ନାହାନ୍ତି ଚୋରା ଦେଶୀମଦ ବ୍ୟବସାୟୀ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ସକାଳୁ ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା ଦେଶୀ ମଦ ସମେତ ଏକ ସ୍କୁଟି ଜବତ କରିବା ସହିତ ଅଭିଯୁକ୍ତ କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ସୂଚନା ମୁତାବକ ଆଜି ସକାଳେ ଚୋରା ଦେଶୀମଦ କାରବାର ହେଉଥିବାର ଖବର ପାଇ ବାଲୁଗାଁ ଅବକାରୀ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍ ଗଠନ କରାଯାଇ ବାଣପୁର ବାଲେଡିହ ଛକ ନିକଟରେ ଚଢ଼ାଉ କରାଯାଇ ବାଣପୁର ଥାନା ଅନ୍ତର୍ଗତ ବଡହନ୍ତୁଆଡ ଗ୍ରାମର ଅଭିମନ୍ୟୁ ପ୍ରଧାନଙ୍କୁ (୫୫)ଙ୍କୁ ଗିରଫ କରିବା ସହିତ ତାଙ୍କ ନିକଟରୁ ୬୦ ଲିଟର ଚୋର ଦେଶୀ ମଦ ସମେତ ଏକ ହୋଣ୍ଡା ଆକ୍ଟିଭା ସ୍କୁଟି ଜବତ କରାଯାଇଛି ! ତାଙ୍କ ବିରୁଦ୍ଧରେ ପିଆର କେସ ନମ୍ବର ୧୩/୨୩-୨୪ ଏକ ମାମଲା ରୁଜ୍ଜୁ କରି କୋର୍ଟ ଚାଲାଣ କରାଯାଇଥିବାର ବାଲୁଗାଁ ଅବକାରୀ ବିଭାଗ ଅଧିକାରୀ ରୋହିତ ଦଣ୍ଡସେନା ସୂଚନା ଦେଇଛନ୍ତି ।

Exit mobile version