ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ପାରଳାଖେମୁଣ୍ଡି ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଯୋଗଦେଇ ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ଶ୍ରମିକ ମାନେ ଶ୍ରମ ଆଇନ ଏବଂ ଅଧିକାରୀ ସମ୍ପର୍କରେ ଜାଣିବା ଉଚିତ ବୋଲି ସେ ନିଜ ବକ୍ତବ୍ୟରେ କହିଥିଲେ । ଶ୍ରମିକ ଉନ୍ନୟନ ପାଇଁ ରହିଥିବା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକ ମାନଙ୍କୁ ସଚେତନତା କରାଇଥିଲେ । ଅଣ ସଂଘଠିତ ଶ୍ରମିକ ମାନଙ୍କ ପାଇଁ ରହିଥିବା ମାଗଣା ଆଇନ ସେବା ବିଷୟରେ ମଧ୍ୟ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅଲ ଓଡ଼ିଶା ମଜଦୂର ସଂଘର ସଭାପତି ଶ୍ରୀ ଜେନା ସୁବାଷ ଚନ୍ଦ୍ର ରାଓ ଯୋଗ ଦେଇ ଶ୍ରମିକଙ୍କ ପାଇଁ ଥିବା ବିଭିନ୍ନ ଆଇନ ସମ୍ପର୍କରେ ଉପସ୍ଥିତ ଶ୍ରମିକ ମାନଙ୍କୁ ସଚେତନ କରାଇଥିଲେ । ଶ୍ରମିକ ମାନେ ଆଇନ ଏବଂ ଅଧିକାର ସମ୍ପର୍କରେ ଜାଣିଲେ ନିଜ ହକ ପାଇଁ ଲଢେ଼ଇ କରି ସୁବିଧା ହାସଲ କରିବାରେ ସଫଳତା ମିଳି ପାରିବ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣ ର କର୍ମଚାରୀ ମାନେ ପରିଚାଳନା କରିଥିଲେ ।
ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ !!!

