Site icon Awaj Media

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ୱଭୂଷଣ ମହାପାତ୍ର : ରାଜ୍ୟ ଚେସ ଆସୋସିଏସନର ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୦ ଏବଂ ୨୧ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ ହେବ । ଏହା ସମ୍ପର୍କରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ସୂଚନା ମୁତାବକ ଏହି ଟୁର୍ଣ୍ଣାମେଣ୍ଟରେ ସମସ୍ତ ବର୍ଗର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପାରିବେ । ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ ଶହ ଟଙ୍କା, ଦ୍ୱିତୀୟ ସ୍ଥାନ ପାଇଁ ୧୨ ଶହ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ଙ୍କୁ ୧ ହଜାର ଟଙ୍କା ସହିତ ପ୍ରମାଣପତ୍ର ପ୍ରଦାନ କରାଯିବ । ଚତୁର୍ଥ ଏବଂ ପଞ୍ଚମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ସ୍ୱାନ୍ତନା ମୂଳମ ପୁରସ୍କାର ପ୍ରଦାନ କରାଯିବ । ସେହିପରି ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସ୍ଥାନୀୟ କେସି କ୍ଲବ ପରିସରରେ ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁ, ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, ଉପସଭାପତି ବାଲାରସେନ ପାତ୍ର, କୋଷାଧ୍ୟକ୍ଷ ତରୁଣ ଖାଁ, ସଦସ୍ୟ ଲକ୍ଷ୍ମୀଧର ସାହୁ ଏବଂ ରିତେଶ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version