ମହାରାଷ୍ଟ୍ର ଓ ଓଡ଼ିଶା ର କୋରାପୁଟ ଜିଲ୍ଲାର ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 37 ଓ 38 ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ମହାରାଷ୍ଟ୍ର ଏବଂ ଓଡ଼ିଶାର କୋରାପୁଟ ଜିଲ୍ଲାର ଦୁଇଟି ପୃଥକ ପୃଥକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ସୂଚନା ଥାଉକି ପିତାମାତା ଦ୍ବାରା ଅବହେଳିତ ହୋଇ ଗୋଟିଏ ଶିଶୁ କନ୍ୟା ଉଦ୍ଧାର ହୋଇଥିଲା ବେଳେ ଅସମର୍ଥ ପରିବାର ଦ୍ବାରା ଗୋଟିଏ କନ୍ୟା ସମର୍ପିତ ହୋଇଥିଲା । ଉକ୍ତ ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ ପାରଳାଖେମୁଣ୍ଡି ରେ ରଖାଯିବା ସହ ସେମାନଙ୍କର ଭରଣପୋଷଣ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତି ମୁହୂର୍ତ୍ତରେ ଉକ୍ତ ଶିଶୁ ଦ୍ବୟଙ୍କୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହାଦ୍ବାରା ଶିଶୁମାନେ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତି ସମୟରେ ଚାରି ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ମହାରାଷ୍ଟ୍ର ଏବଂ କୋରାପୁଟ ଜିଲ୍ଲାର ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ । ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁମାନଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁମାନଙ୍କୁ ମହାରାଷ୍ଟ୍ର ଏବଂ କୋରାପୁଟ ଜିଲ୍ଲାର ପୃଥକ ପୃଥକ ଦୁଇ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା । ଏହି ଶିଶୁଦ୍ବୟ କନ୍ୟାରତ୍ନ ହୋଇଥିଲା ବେଳେ ଜଣଙ୍କର ବୟସ 1 ବର୍ଷ 8 ମାସ ଏବଂ ଅନ୍ୟଜଣଙ୍କର ବୟସ ମାତ୍ର 4 ମାସ ବୋଲି ଜଣାଯାଇଛି ! ଶିଶୁ ମାନଙ୍କୁ ପାଇ ଦମ୍ପତ୍ତି ଦ୍ବୟ ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *