ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଷଣୀ ବ୍ଲକ ଅନ୍ତର୍ଗତ ସରଧାପୁର ଗ୍ରାମ ପଞ୍ଚାୟତର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି ଯୋଗଦାନ କରି ସରଧାପୁର ଗ୍ରାମ ପଞ୍ଚାୟତ ସମେତ ବଡ଼ ଗୋଷାଣୀ, ବାଘସାଳ ଓ ଅଗରଖଣ୍ଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୪୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୩୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୯ ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ସେଥିମଧ୍ୟରୁ ମଧୁବାବୁ ପେନସନ ଯୋଜନାରେ ୧୭ ଜଣଙ୍କୁ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ଗୋଷାଣୀ ବ୍ଲକ୍ ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବିରା ରାଜୁ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ନୀଳମାଧବ ମାଝୀ, ତହସିଲଦାର ଶ୍ରୀ ନାରାୟଣ ବେହେରାଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *