ମାଟ୍ରିକ୍ ପରୀକ୍ଷାରେ ନୟାଗଡ଼ ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ର ବାଜିମାତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ମାଟ୍ରିକ୍ ପରୀକ୍ଷାରେ ନୟାଗଡ଼ ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ର ବାଜିମାତ । ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତ ପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ପ୍ରଥମ ଶ୍ରେଣୀ ରେ ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ରେକର୍ଡ କରିଛନ୍ତି । ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଉପଲକ୍ଷେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ହରିହର ପାତ୍ର ,ଲେଙ୍କୁଡିପଡା ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାଣିକେଶ୍ୱର ସ୍ବାଇଁ , ସାମ୍ବାଦିକ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଓ ବିଦ୍ଯାଳୟର ଟ୍ରଷ୍ଟି ଗାୟତ୍ରୀ ମହାପାତ୍ର ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ। ଏ ୧ ଓ ଏ ୨ ଛାତ୍ରଛାତ୍ରୀ ମାନଙ୍କ ସହିତ ବି ୧ ଓ ବି ୨ ଗ୍ରେଡ୍ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅଭିନନ୍ଦନ କାର୍ଯ୍ୟକ୍ରମ ରେ ସାମିଲ କରାଯାଇଥିଲା । ୩୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୪ଜଣ, ଏ-୨ରେ ୦୯ ଜଣ, ବି-୧ରେ ୧୦ ଜଣ ଓ ବି-୨ରେ ୦୮ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ବୈଭଶ୍ରୀ ପ୍ରିୟଦର୍ଶିନୀ, ସମ୍ବିତ୍ କୁମାର ରାଉତ, ଅନୁରାଗ ମହାରଣା ଓ ଶିବାନନ୍ଦ ସାହୁ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। ପରିଶେଷରେ ବିଦ୍ଯାଳୟର ସେବାବ୍ରତୀ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *