Site icon Awaj Media

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କୁମୁଲିଶିଂ ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ), ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି, ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁମୁଳିଶିଂ ଗ୍ରାମ ପଞ୍ଚାୟତ ସମେତ ମାର୍ଲବା, ଜାଳଙ୍ଗ ଓ ସାନ୍ତୁଣ୍ଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଓ ୨୧ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ସେଥିମଧ୍ୟରୁ ମଧୁବାବୁ ପେନସନ ଯୋଜନାରେ ୭ ଜଣଙ୍କୁ ପ୍ରଦାନ କରାଯାଇଛି, ୧୩ ଜଣଙ୍କୁ ଜମିପଟ୍ଟା ପ୍ରଦାନ ଏବଂ ଜଣକୁ ରେଡ୍ କ୍ରସ ରିଲିଫ୍ ପାଣ୍ଠିରୁ ରୁ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ରାୟଗଡ଼ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଲାବତି ଅଚାରୀୟଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

Exit mobile version