Site icon Awaj Media

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ପରିସରରେ ଏନ.ସି.ସି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସଫେଇ ଅଭିଯାନର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ , ମହାବିଦ୍ୟାଳୟ ପରିବେଶକୁ ପ୍ଲାଷ୍ଟିକ ମୁକ୍ତ ରଖିବା ପାଁଇ ଅଧ୍ୟକ୍ଷ ଶ୍ରୀ ହୋତା ଛାତ୍ର ଛାତ୍ରୀ ମାନଂକୁ ପ୍ରେରଣା ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ର ରସାୟନ ବିଭାଗର ମୁଖ୍ୟ ଡଃ ଆର ଏନ ଏସ ବର୍ମା ସମେତ ଲେଫଟନାଣ୍ଟ ଗୁରୁକିଶୋର ନାୟକ ଉପସ୍ଥିତ ରହିଥିଲେ । ଏଥିରେ ବହୁ ଏନ.ସି.ସି ଛାତ୍ର ଛାତ୍ରୀ ଛାତ୍ର ଛାତ୍ରୀ ମାନେ ଭାଗ ନେଇଥିଲେ ।

Exit mobile version