Site icon Awaj Media

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମାଣ୍ଡିମେରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ,ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ, ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି ଯୋଗଦାନ କରି ମାଣ୍ଡିମେରା ଗ୍ରାମ ପଞ୍ଚାୟତ ସମେତ ରାଇପାଙ୍କା, ଖାରିଗୁଡା ଓ ବିରିକୋଟ ପଞ୍ଚାୟତର ସମୁଦାୟ ମୋଟ ୧୦୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୨୩ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୭୮ ଗୋଟି ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ , ରାସ୍ତା ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର, ଗଜପତି ଜିଲ୍ଲା ପରିଷଦ ଉପାଧକ୍ଷା ଶ୍ରୀମତୀ କୁନ୍ତଳା ମାଲିକ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପସ୍ଵନୀ ହାଁସଦା ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Exit mobile version