Site icon Awaj Media

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ପ୍ରସ୍ତୁତି କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ଉପ-ନିର୍ଦ୍ଦେଶକ ଶ୍ରୀ ରବୀ ନାରାୟଣ ବାରିକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଉପ-ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ପ୍ରଭାସ କୁମାର ବେହୁରା ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଥିଲା ରାଜ୍ୟରେ ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା , ଭୂସ୍ଖଳନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧରଙ୍କ ଧନ ଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଆଲୋଚନା କରାଯାଇଥିଲା। ଗଜପତି ଜିଲ୍ଲାକୁ ବିପର୍ଯୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ,ବ୍ଲକ ସ୍ତରୀୟ ଓ ପାରଳାଖେମୁଣ୍ଡି ପୌରପରିଷଦ ଓ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ଏବଂ କୁଶଳତାକୁ ସଠିକ ଭାବେ କାର୍ଯ୍ୟକ୍ରମ କରାଇବା l

ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିପର୍ଯ୍ୟୟ ସମୟରେ ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଙ୍କୁ ଖାଦ୍ୟ, ଔଷଧ, ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ସହିତ ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ଗୁରୁତ୍ଵ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦେକ୍ଷପକୁ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଜିଲ୍ଲାରେ ସାଧାରଣତଃ ସ୍ବାସ୍ଥ୍ୟ, ପ୍ରାଣୀ ଚିକିତ୍ସା, ପାନୀୟ ଜଳ ପରିମଳ ବିଭାଗ , କୃଷି, ଯୋଗାଣ ବିଭାଗ ଓ ବିଦ୍ୟୁତ ବିଭାଗର ଅଧିକାରୀ ସମେତ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରାଯାଇଥିଲା। ଏହା ସବୁ ବିଭାଗର ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟ ପଦସ୍ଥ ଅଧିକାରୀ ମାନେ କିପରି ନିଜ ନିଜ ବିଭାଗ ଦ୍ଵାରା ଏହାକୁ ପରିଚାଳନା କରିବେ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏକ କାଳ୍ପନିକ ବାତ୍ୟା ସାଙ୍ଗକୁ ନେଇ ଏକ ପାୱାର ପାଇଣ୍ଟ ପ୍ରେଜେଣ୍ଟଷ୍ଟେସନ୍ ମାଧ୍ୟମରେ କିପରି ଏହାର ମୁକାବିଲା କରିବେ ସେ ଦିଗରେ ଏକ ଜିଲ୍ଲା ସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ପ୍ରଦୋଷ କୁମାର ଶତପଥି ପରିଚାଳନା କରିଥିବା ବେଳେ ,ବିଭାଗୀୟ କର୍ମଚାରୀମାନେ ସହଯୋଗ କରିଥିଲେ l ଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଟେବୁଲ ଟପ ଏକ୍ସରସାଇଜ ବୈଠକରେ ଏନଡିଆରଏଫ୍ ବିଭାଗୀୟ ଅଧିକାରୀ ଶ୍ରୀ ରମେଶ କୁମାର, ଜିଲ୍ଲା ଅଗ୍ନିଶମ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ମହାପାତ୍ର,ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

Exit mobile version