Site icon Awaj Media

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପରିମଲା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ ଯୋଗଦାନ କରି ପରିମଲା ଗ୍ରାମ ପଞ୍ଚାୟତ ସମେତ ଉଦୟପୁର , ସମ୍ବଲପୁର ଓ କିରାମା ପଞ୍ଚାୟତର ସମୁଦାୟ ମୋଟ- ୫୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୨୧ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୩୪ ଗୋଟି ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଓ ସାତ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ତହସିଲଦାର ଶ୍ରୀ କୁରେଶ୍ ଚନ୍ଦ୍ର ଜାନି ଓ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ ।

Exit mobile version