ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ୪ ଜିଲାକୁ ୧୨ଘଣ୍ଟିଆ ବନ୍ଦ ଡାକରା !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର ! ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ୪ ଜିଲ୍ଲା କୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଲେ ମାଓବାଦୀ ! ପୁଣି ଥରେ କନ୍ଧମାଳ ଜିଲାରେ ଲାଗିଛି ମାଓ ପୋଷ୍ଟର । ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ଦିନ କନ୍ଧମାଳ , କଳାହାଣ୍ଡି, ବୌଦ୍ଧ ଓ ନୟାଗଡ଼ ଜିଲାକୁ ୧୨ ଘଣ୍ଟିଆ ବନ୍ଦ ଡାକରା ନେଇ ମାଓବାଦୀ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ତେବେ ଅଞ୍ଚଳରେ ମାଓବାଦୀଙ୍କ ଏଭଳି ପୋଷ୍ଟର ଦେଖିବା ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *