କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଭାରସାମ୍ଯ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଚାଳକକୁ କନ୍ଧମାଳ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଘଟଣା ପ୍ରକାରେ ଗୁରୁବାର ଅପରାହ୍ନ ରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ବ୍ୟକ୍ତିଗତ କାର୍ଯ୍ୟ ସାରି ନିଜ ଗାଁ କଳାହାଣ୍ଡି ଜିଲ୍ଲାର ଲୁବେନଗଡ଼ ପଞ୍ଚାୟତର କାଲିସରୁ ଗ୍ରାମକୁ ମୋଟର ସାଇକେଲ ଯୋଗେ ଦୁଇଜଣ ଯୁବକ ଯିବା ସମୟରେ ବାଲିଗୁଡ଼ା ଥାନା ମୁସୁକୁଲି ଘାଟିରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ମାଇଲ ମିଟର ଖୁଣ୍ଟରେ ମୋଟର ସାଇକେଲ ବାଡେଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଘଟଣା ସମ୍ପର୍କରେ ଖବରପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଆରୋହୀ କାର୍ତ୍ତିକ ମାଝୀ ଓ ଭୀମସେନ ମାଝୀ ହୋଇଥିବା ବେଳେ ଚାଳକ କାର୍ତ୍ତିକ ମାଝୀର ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।
ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ : ଚାଳକ ଗୁରୁତର !!!

