ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଉଖୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ଗଜପତି ସ୍ବତନ୍ତ୍ର ଉନ୍ନୟନ ପରିଷଦ ,ଅଧ୍ୟକ୍ଷା ଶ୍ରୀମତୀ ମରୀୟମ୍ ରଇତ ଯୋଗଦାନ କରି ଉଖୁର ସମେତ ତରଭା, ରାଙ୍ଗିଡି ଓ ଗୁମ୍ମା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୭୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ! ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୩୧ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୪୫ ଓ ୨୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ! ସେଥି ମଧ୍ୟରୁ ୫୩ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ଆଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ, ସ୍ଥାନୀୟ ସରପଞ୍ଚ ଶ୍ରୀ ଜେଶୀ ଗମାଙ୍ଗ, ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା, ତହସିଲଦାର ଶ୍ରୀ କୈଳାସ ତ୍ରୀପାଠୀ ,ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *