Site icon Awaj Media

ଦାସିଆ ଅଜାଙ୍କ ୧୧୬ ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୧୧୬ତମ ଜନ୍ମ ଜୟନ୍ତୀ ଅବସରରେ ଦାସିଆ ଅଜା ସ୍ମୃତି ୍‌କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ,ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ,ନୟାଗଡ଼ ମୁନିସିପାଲଟି ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା,ସମାଜସେବୀ ଦାମୋଦର ସାହୁ,ଶ୍ରୀକାନ୍ତ ପଟ୍ଟନାୟକ,ଦୁର୍ଯ୍ୟୋଧନ ସାହୁ,ଆଇନଜୀବୀ ରଣଜିତ ଦାଶ,ସୁରେନ୍ଦ୍ର ମହାପାତ୍ର,ପ୍ରଦୀପ କୁମାର ସାହୁ,ଲକ୍ଷ୍ମୀଧର ସାହୁ,କାମାକ୍ଷା ଦାଶ,ଅଧ୍ୟାପକ ଦିଲ୍ଲୀପ ମିଶ୍ର,ପ୍ରଫୁଲ୍ଲ କୁମାର ନାୟକ,ଅନାଦିଚରଣ ମହାନ୍ତି, ସିଦ୍ଧାର୍ଥ ଦେ ପ୍ରମୁଖ ଯୋଗଦାନ କରି ପୁଷ୍ପମାଲ୍ୟ ଏବଂ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସୂଚନା ଯୋଗ୍ୟ ଯେ ସମସ୍ତଙ୍କ ପ୍ରିୟ ଦାସିଆ ଅଜା ଭାବେ ସମଗ୍ର ଜନମାନସରେ ପରିଚିତ ସ୍ୱର୍ଗତ ଦାଶରଥି ପଟ୍ଟନାୟକ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ଉଦୟପୁରଠାରେ ୧୯୫୯ ମସିହାରେ ବାଞ୍ଛାନିଧି ପାଠାଗାର,୧୯୭୩ ମସିହାରେ ଶ୍ରୀଅରବିନ୍ଦ ସଂଗ୍ରହାଳୟ ଏବଂ ୧୯୭୫ରେ ଯଦୁମଣି ସାହିତ୍ୟ ସଂସଦ ପ୍ରତିଷ୍ଠା କରିଥିଲେ । ସେ ୧୯୯୭ ମସିହା ସେପ୍ଟେମ୍ବର ମାସ ୧୨ ତାରିଖ ଦିନ ନିଜ ଗ୍ରାମରେ ଇହଲୀଳା ସମ୍ବରଣ କରିଥିଲେ ।

Exit mobile version