Site icon Awaj Media

ବିଜେଡି ଛାଡି ବିଜେପିରେ ସାମିଲ ହେଲେ ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ କର୍ମୀ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବିଜୁ ଜନତା ଦଳକୁ ଛାଡି ଭାରତୀୟ ଜନତା ପାର୍ଟି ରେ ସାମିଲ ହେଲେ ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ କର୍ମୀ । ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶନିବାର ଦିନ ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଥିଲେ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ାଃ ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଜିଲ୍ଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନାରାଣୀ ବେହେରା, ମଣ୍ଡଳ ସଭାପତି ଜିତେନ୍ଦ୍ର କୁମାର ଭୋଳ ଙ୍କ ଉପସ୍ଥିତିରେ ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଥିବାର ଜଣା ପଡ଼ିଛି ।

Exit mobile version