Site icon Awaj Media

ନୂଆଦିଲ୍ଲୀରେ ସମ୍ମାନ ଗ୍ରହଣ କଲେ ନୟାଗଡ଼ ଜିଲ୍ଲାପାଳ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ନୟାଗଡ଼ ଜିଲ୍ଲାକୁ “ଭୂମି ସମ୍ମାନ’ ପ୍ରଦାନ କରାଯାଇଛି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁଙ୍କ କରକମଳରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୭୫ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି । ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଭୂମି ସଂସ୍କାର ନିମନ୍ତେ ଜିଲ୍ଲାରେ ନିଆଯାଇଥୁବା ତ୍ୱରିତ ଓ
ସଫଳ କାର୍ଯ୍ୟକ୍ରମ ପାଇଁ ଯଥା – ଜମି ପଟ୍ଟାର କମ୍ପୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ଯ୍ୟକ୍ରମର ସରଳୀକରଣ ଓ ସ୍ଵଚ୍ଛତା ଅନୁପାଳନ, ଆଧୁନିକ ରେକର୍ଡ଼ରୁମ ପରିଚାଳନା ଓ ଜମି ଜମା କାଗଜ ପତ୍ରର ସ୍କାନିଂ ଏବଂ କମ୍ପୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ମଧ୍ୟରେ ସଂଯୋଜନା ପ୍ରଭୃତି କ୍ଷେତ୍ରରେ ନୟାଗଡ଼ ଜିଲ୍ଲାର ୮ଟି ତହସିଲରେ ଆଶାନୁରୂପକ ଉନ୍ନତି ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଦ୍ବାରା ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି । ଏହି ଅବସରରେ ନୟାଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଏହି ଅବସରରେ ନୟାଗଡ଼ ତହସିଲଦାର ଭିକାରୀ ସାହୁ, ଗଣିଆ ତହସିଲଦାର କିଶୋର ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ । ରାଜ୍ୟରୁ ୧୯ ଟି ଜିଲ୍ଲାର ଜିଲ୍ଲାପାଳ ମାନେ ଏହି ସମ୍ମାନ ଗ୍ରହଣ କରିଛନ୍ତି । ନୟାଗଡ଼ ଜିଲ୍ଲା ସର୍ବଭାରତୀୟ ସ୍ତରରେ ପୁରସ୍କୃତ ହେବା ଗର୍ବ ଓ ଗୌରବର ବିଷୟ ପାଲଟିଛି ।

Exit mobile version