ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ଯୋଗଦାନ କରି ଲାବଣ୍ୟଗଡ ସମେତ ରମ୍ପା, ଗାରାବନ୍ଧ ଓ ସୋବରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୬୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୪୪ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୨୨ ଓ ୨୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ! ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚାୟତ ର ୨୭ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ୧୨ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ, ତହସିଲଦାର ଶ୍ରୀ ନାରାୟଣ ବେହେରା , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।
ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

