Site icon Awaj Media

ଜିଲ୍ଲା ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତାରେ ପ୍ରବନ୍ଧ, ବକୃତା, କୁଇଜ୍, ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ୭୭ ତମ ସ୍ଵାଧୀନତା ଦିବସ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ଆଜିର ବିଭିନ୍ନ ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବରେ ଶ୍ରୀ ରଘୁନାଥ ପାତ୍ର ଓଡ଼ିଶା ସଙ୍ଗୀତ ଏକାଡେମୀ ସଦସ୍ୟ , ଶ୍ରୀ ବିଚିତ୍ରାନନ୍ଧ ବେବର୍ତ୍ତା, ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ , ଶ୍ରୀ ବୋହିତ୍ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋସାଣୀ, ଶ୍ରୀ ରମାକାନ୍ତ ବାରାଡୋ, ଶ୍ରୀ କିଶୋର ଚନ୍ଦ୍ର ଦାଶ, ଶ୍ରୀ ଅମେଶ ଲିମ୍ମା, ଶ୍ରୀ ଜଗଦୀଶ କୁମାର ପାତ୍ର, ରମାକାନ୍ତ ପାଣିଗ୍ରାହୀ, ଶ୍ରୀ ଶ୍ୟାମ ସୁନ୍ଦର ଗନ୍ତାୟତ ଓ ଶ୍ରୀ ପ୍ରମୋଦ ଚନ୍ଦ୍ର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ପରିଚାଳନା କରିଥିଲେ ।

Exit mobile version