ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ – ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୮୮ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୨୭ ଗୋଟି ଓ ୩୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ! ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମୋ ଘର ଯୋଜନା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳସେଚନ , ରାସ୍ତା ସମସ୍ୟା ନେଇ ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *