ସୁକିନ୍ଦାରେ ୬୭୧ ହିତାଧିକାରୀଙ୍କୁ ବିଭିନ୍ନ ଭତ୍ତା ବଣ୍ଟନ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୁକିନ୍ଦା ବ୍ଲକ ଅନ୍ତର୍ଗତ ୨୫ ଟି ପଞ୍ଚାୟତର ୬୭୧ ଜଣ ହିତାଧିକାରୀଙ୍କୁ ବିଭିନ୍ନ ପ୍ରକାରର ଭତ୍ତା ବଣ୍ଟନ କରାଯାଇଛି । ସାମାଜିକ କଲ୍ୟାଣ ଯୋଜନାରେ ହିତାଧିକାରୀ ମାନଙ୍କୁ ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ , ବିଧବା ଭତ୍ତା ପ୍ରଦାନ କରାଯାଇଛି ! ଏହି କାର୍ଯ୍ୟକ୍ରମରେ ବିଜ୍ଞାନ କାରିଗରୀ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟ ଅତିଥି ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରିତିରଞ୍ଜନ ଘଡ଼ାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ଭତ୍ତା ପାଇବାକୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଯଥାଶୀଘ୍ର ଭତ୍ତା ଯୋଗାଇ ଦେବାକୁ ମନ୍ତ୍ରୀ ଶ୍ରୀ ପଣ୍ଡା ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଡିଓ ନମ୍ରତା ମୋଦୀ, ବ୍ଲକ ଅଧ୍ୟକ୍ଷ ଦିବ୍ୟରଞ୍ଜନ୍ ବରାଳ, ଉପାଧକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ, ଜିଲ୍ଲା ପରିଷଦ ସଭ୍ୟ ପ୍ରତାପ ପଟ୍ଟନାୟକ, ଜେମା ଚାଖି, ସାଧୁ ଚରଣ ତୀୟୁ, ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଲମ୍ବୋଦର ମୁଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଶତାଧିକ ବିଜେଡି କର୍ମୀ ଉଭୟ ମନ୍ତ୍ରୀଙ୍କୁ ଡୁବୁରୀରୁ ଏକ ବିଶାଳ ବାଇକ୍ ଶୋଭାଯାତ୍ରାରେ କାର୍ଯ୍ୟକ୍ରମ ନିକଟକୁ ପାଛୋଟି ଆଣିଥିଲେ ।

Leave a Reply

Your email address will not be published. Required fields are marked *