ଅତ୍ତା ଗ୍ରାମରେ ବିଷଧର ସାପ କାମୁଡାରେ ଯୁବକ ମୃତ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ତହସିଲ ଅନ୍ତର୍ଗତ ଅତ୍ତା ଗ୍ରାମରେ ଏକ ବିଷଧର ସାପ କାମୁଡାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ ଅତ୍ତା ଗ୍ରାମର 42 ବର୍ଷୀୟ ହରମୋହନ ମଲ୍ଲିକ ନିଜ ବାସଗୃହରେ ଶୋଇଥିବା ସମୟରେ ତାଙ୍କୁ ଏକ ବିଷଧର ସାପ ଦଂଶନ କରିଥିଲା । ତାଙ୍କୁ ତାଙ୍କର ପରିବାର ଲୋକେ ତୁରନ୍ତ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ! ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସୁକିନ୍ଦା ପୋଲିସ ସୂଚନା ପାଇ ସୁକିନ୍ଦା ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ହରମୋହନ ମଲ୍ଲିକଙ୍କ ଶବ ଜବତ କରି ଏକ ମାମଲା ରୁଜ୍ଜୁ କରି ବ୍ୟବଚ୍ଛେଦ ପାଇଁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ତଦନ୍ତ ଜାରି ରଖିଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *