Site icon Awaj Media

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣି ରେ ମୋଟ ଅଭିଯୋଗ ୧୫୭ ଗୋଟି ଥିବାବେଳେ ୧୫୩ ଟି ବ୍ୟକ୍ତିଗତ ଓ ୨ ଗୋଟି ସାମୂହିକ ଅଭିଯୋଗ ରହିଛି I ତତ୍କାଳ ୨ ଟି ଆବେଦନର ସମାଧାନ ହୋଇଥିଲା I ଏହି ଜନ ଶୁଣାଣି କାର୍ଯ୍ୟକ୍ରମ ରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଏସପି ସୁରେନ୍ଦ୍ରନାଥ ମୁର୍ମୁ , ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ବାଦଲ ମହାନ୍ତି, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ବିଡ଼ିଓ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ସିଡ଼ିଏମଓ ଡା ଆର୍ତ୍ତବନ୍ଧୁ ନାୟକ, ବାଣପୁର ବ୍ଲକ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ବିଭିନ୍ନ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ I

Exit mobile version