ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ଆଶ୍ରମ ସ୍କୁଲ ପରିସରରେ ଲୋକ ମାନଙ୍କ ପାଇଁ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଜନ ମଙ୍ଗଳକାରୀ ଯୋଜନା ସଂପର୍କ୍ତିତ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଏ.ଡି.ଏମ୍ ଶ୍ରୀ ଭାସ୍କର ରଇତ, ବି.ଡି.ଓ ଶ୍ରୀ ଲଖ୍ମୀ ନାରାୟଣ ସାବତ, ଏସ୍.ଏସ୍. ଏସ୍.ଓ ଶ୍ରୀ ସୀତାକାନ୍ତ ପାଣିଗ୍ରାହି, ଆଡଭୋକେଟ ଶ୍ରୀ ସୀତାରାମ ପଣ୍ଡା, ବାବୁ ରାଜ ଗୁରୁ ଓ ଆଶ୍ରମ ସ୍କୁଲ ର ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ l ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଅଂଶଗ୍ରହଣ କାରୀ ମାନଙ୍କୁ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ସଂପର୍କରେ ବିସ୍ତୂତ ଭାବରେ ଅବଗତ କରାଇବା ସଙ୍ଗେ ସଙ୍ଗେ ଏହି ଯୋଜନାରେ ହିତାଧିକାରୀ ମାନେ କିପରି ନିଜକୁ ପଂଜୀକୃତ କରାଇ ଯୋଜନାର ସୁଫଳ ଉପଲବ୍ଧ କରିପାରିବେ ସେ ସଂପର୍କରେ ଅବଗତ କରାଇଥିଲେ l ସର୍ବୋପରି ଏହି କାର୍ଯ୍ୟକ୍ରମରେ ପିତାମହଲ ପଞ୍ଚାୟତ ର ସରପଞ୍ଚ ଓ ଲୋକ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I
ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଇନ ସଚେତନତା କାର୍ଯ୍ୟକ୍ରମ !!!

