ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଙ୍କ ପରଲୋକ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଆଜି ସନ୍ଧ୍ୟାରେ ହଠାତ୍ ଗୁରୁତର ଭାବେ ଅସୁସ୍ଥ ହୋଇ ଯାଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ତାଙ୍କୁ ସଙ୍ଗେ ସଙ୍ଗେ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ତାଙ୍କର ପରଲୋକ ହୋଇଥିଲା । ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ର ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ମୋହନା ବିଧାନସଭା ଆସନରୁ ୪ ଥର ଓ ଦିଗପହଣ୍ଡି ଆସନରୁ ୩ ଥର ନିର୍ବାଚିତ ହୋଇଥିଲେ । ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟକରି ସେ ତାଙ୍କ ଦକ୍ଷତା ଦେଖାଇଥିଲେ ।

Leave a Reply

Your email address will not be published. Required fields are marked *