ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ପ୍ରତିବାଦ କରା ଯାଇଥିବାର ଦେଖିବାକୁ ମିଳିଛି । ପ୍ରକାଶ ଥାଉକି ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ କାର୍ଯ୍ୟରତ ଓକିଲ ଙ୍କୁ ହତ୍ୟା ଘଟଣାରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଜିଲ୍ଲା କୋର୍ଟ ଠାରୁ ଏକ ରାଲି ବାହାରି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା । ହତ୍ୟା ଘଟଣା କୁ ପ୍ରତିବାଦ ଦାବିରେ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଜରିଆରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।
ଗାଜିଆବାଦ୍ ରେ ଓକିଲ ଙ୍କୁ ହତ୍ୟା ପ୍ରତିବାଦରେ ଗଜପତି ଜିଲ୍ଲା ଓକିଲ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ !!!

