Site icon Awaj Media

ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଜିଲ୍ଲା ବିଜେଡି ପକ୍ଷରୁ ଗଭୀର ଶୋକପ୍ରକାଶ କରାଯିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଏସ ଡି ସି ଅଧ୍ୟକ୍ଷ। ମରିୟମ ରଇତ, ବିଭିନ୍ନ ବ୍ଳକର ଅଧ୍ୟକ୍ଷ, ଅଧ୍ୟକ୍ଷ।, ଜିଲ୍ଲା ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜ, ରାଜ୍ୟ ବିଜେଡି ସମ୍ପାଦକ ପ୍ରଦୀପ କୁମାର ନାୟକ, ବସନ୍ତ ଦାସ ଜିଲ୍ଲା ବିଜେଡି ଉପସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଜମାଦାର ପଟ୍ଟନାୟକଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ରହି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।

Exit mobile version