ବେଗୁନିଆ ( ଆୱାଜ ମିଡ଼ିଆ ) – ସମିର ସୁନ୍ଦରାୟ : ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଓଡ଼ିଶା ମୋ ପରିବାର ଜୀଵନ ବିନ୍ଦୁ ପକ୍ଷରୁ ସରସ୍ୱତୀ ଶିଶୁ ମନ୍ଦିର ସହଯୋଗରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କଟକ ରେଡ଼ କ୍ରସ ବ୍ଲଡ଼ ବ୍ୟାଙ୍କ କର୍ମଚାରୀ ରକ୍ତ ସଂଗ୍ରହ କରିଥିଲେ , ଆୟୋଜିତ ଶିବିରରେ ମୋଟ ୪୦ ୟୁନିଟ ରକ୍ତ ସଂଗ୍ରହ ହୋଇଛି । ଅପର ପକ୍ଷେ ବୋଲଗଡ଼ ନନ୍ଦିଘୋଷ ଭବନରେ ସମାନ ଢଙ୍ଗରେ ସ୍ଥାନୀୟ ଯୁବକ ମାନଙ୍କ ସହଯୋଗରେ ଆୟୋଜିତ ଶିବିରରେ 101 ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ଉଭୟ ସ୍ଥାନରେ ଓଡିଶା ମୋ ପରିବାରର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ସମାଜସେବୀ ବ୍ରଜବନ୍ଧୁ ସୁବୁଦ୍ଧି, ସାମ୍ବାଦିକ ଶରତ ଚନ୍ଦ୍ର ବାରିକ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ ।
ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ରକ୍ତଦାନ ଶିବର !!!

