ଖମାରସାହି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲମ୍ବିତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ ଖମାରସାହି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି । ପ୍ରକାଶ ଥାଉକି ଖମାରସାହି ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ ମଦ୍ୟପାନ କରି ବିଦ୍ୟାଳୟକୁ ଆସିବା, ଅଭିଭାବକ ମାନଙ୍କ ସହିତ ସମୁଚିତ ବ୍ୟବହାର ନ କରିବା, ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ଖୋଲା ପଡ଼ିଆରେ ବସି ଖୁଆଇବା ଇତ୍ୟାଦି ଗଣମାଧ୍ୟମରେ ପ୍ରସାରଣ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

Leave a Reply

Your email address will not be published. Required fields are marked *