ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ତରଫରୁ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କାର୍ଯକ୍ରମରେ ଯୋଗ ଦେଉଥିବା ବରିଷ୍ଠ ନାଗରିକ ମାନଙ୍କର ପଞ୍ଜୀକରଣ କରାଯାଇଥିଲା। ପରେ ଯୋଗ ଗୁରୁଙ୍କ ତତ୍ୱାବଧାନରେ ବରିଷ୍ଠ ନାଗରିକ ମାନେ ଯୋଗ କରିଥିଲେ। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ବାସ୍ଥ୍ୟ ମେଳାର ଆୟୋଜନ କରାଯାଇଥିଲା । ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀଙ୍କ ସହ ଗଳା,ନାସା ଓ କର୍ଣ , ମେଡିସନ, ଗେରିଆଟ୍ରିକ ଓ ସାଧାରଣ ବିଭାଗ ବିଶେଷଜ୍ଞ ଡାକ୍ତର ଯୋଗ ଦେଇଥିଲେ ଏବଂ ବରିଷ୍ଠ ନାଗରିକଙ୍କ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟାର ପରୀକ୍ଷା କରିବା ସଙ୍ଗେ ସଙ୍ଗେ ମାଗଣା ଔଷଧ ବିତରଣର ବ୍ୟବସ୍ଥା ମଧ୍ୟ କରା ଯାଇଥିଲା ।ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପ୍ରାରମ୍ଭରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଉଦ୍ଧିଷ୍ଟ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତା ପରିବେଷଣ କରଯାଇଥିଲା।ଏହି ବୈଠକରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ, ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଡ ଗୁଣନିଧୀ ନାୟକ,ପୌର ପରିଷଦ ଅଧ୍ୟକ୍ଷାନିର୍ମଳା ସେଠି,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ.ପ୍ରଦୀପ କୁମାର ପାତ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ପାରଳାଖେମୁଣ୍ଡି ସମ୍ମାନନୀୟ ଅତିଥି ଭାବେ ଅଂଶ ଗ୍ରହଣ କରିଥିଲେ। ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଲକ୍ଷ୍ମୀ ନୃସିଂହ ରଥ ଓ ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ କମିଟି ତରଫରୁ ବିନୋଦ ଚନ୍ଦ୍ର ଜେନା ସମ୍ମାନୀୟ ଅତିଥି ଭାବେ ଅଂଶ ଗ୍ରହଣ କରିଥିଲେ। ଆଲୋକ କୁମାର ପ୍ରଧାନ ଉପ-ଜିଲ୍ଲାପାଳ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ପ୍ରବନ୍ଧ ଲିଖନ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା କନିଷ୍ଠ ଓ ବରିଷ୍ଠ ବର୍ଗରେ ଅନୁଷ୍ଠିତ ହୋଇଥିଲା ଏଥିରେ ୧୮ ଜଣ କୃତୀ ଛାତ୍ର ଛାତ୍ରୀଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରା ଯାଇଥିଲା। କାର୍ଯକ୍ରମରେ ଯୋଗ ଦେଇଥିବା ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ ନିମନ୍ତେ ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ର, ପାରଳାଖେମୁଣ୍ଡି ଓ ସଙ୍କଟ ତାରିଣୀ ନୃତ୍ୟ କଳା ସଂସଦ, ଯାଜପୁର କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରା ଯାଇଥିଲା । ଉକ୍ତ କାର୍ଯକ୍ରମରେ ସମୁଦାୟ ୩୦୭ ଜଣ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ।ତଦନୁରୂପ ଗୋସାଣୀ ବ୍ଲକ ଅନ୍ତର୍ଗତ ବି.ସୀତାପୁର ଠାରେ ଅନୁଷ୍ଠିତ ଆଶ୍ରା ଜରାଶ୍ରମ ଠାରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଅଛି ।

Leave a Reply

Your email address will not be published. Required fields are marked *