Site icon Awaj Media

ପାଟ୍ଟଖଣ୍ଡା ଏଜେନ୍ସି ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ମଧ୍ୟ ଭାଗରେ ଥିବା ପାଟ୍ଟଖଣ୍ଡା ସାହି ର ପାଟ୍ଟଖଣ୍ଡା ଏଜେନ୍ସି ଗୋଦାମ ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି । ମଙ୍ଗଳବାର ସକାଳୁ ସକାଳୁ ଗୋଦାମ ଘର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ସାହି ପଡିଶା ଲୋକେ ଖବର ଦେବା ପରେ ଗୋଦାମ ମାଲିକ ଅନନ୍ତ କୁମାର ଦାସ ଆସି ଦେଖିବା ବେଳକୁ ନିଆଁ ଅଣାୟତ ହୋଇଯାଇଥିଲା । ସଙ୍ଗେ ସଙ୍ଗେ ଦମକଳ ବାହିନୀ କୁ ଫୋନ କରିବା ପରେ ଦମକଳ ବାହିନୀ ପହଞ୍ଚି ଦୀର୍ଘ ତିନି ଘଣ୍ଟା ର କସରତ ପରେ ନିଆଁ କୁ ଆୟତ କରା ଯାଇଥିବା ବିଷୟ ଫାୟର ଅଫିସର ସୂର୍ଯ୍ୟ ନାରାୟଣ ଭୋଇ ପ୍ରକାଶ କରିଛନ୍ତି l ଉକ୍ତ ଗୋଦାମ ରେ ବିସ୍କେଟ୍ , ଚକୋଲେଟ ଓ ବିଭିନ୍ନ ଗ୍ରୋସୋରି ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡିଛି ।

Exit mobile version