ଗୋଷାଣି ବ୍ଲକ ସ୍ତରୀୟ ସୁରଭି – ୨୦୨୩ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଷାଣି ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଉପଲଡା ଗ୍ରାମ ସ୍ଥିତ ଟାଗୋର ମେମୋରିୟଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାସ୍ତରକୁ ଚୟନ ନିମନ୍ତେ ବିଭିନ୍ନ ପ୍ରତିଯୋଗୀତା ହୋଇଯାଇଛି । ଏଥିରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀମାନେ ଜିଲ୍ଲାସ୍ତରକୁ ଚୟନ ହୋଇଥିବାର ଜଣାପଡିଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗୋଷାଣି ଗୋଷ୍ଠି ଶିକ୍ଷାଧିକାରୀ ଟି.କିଶୋର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦ୍ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୋଷାଣି ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏନ୍. ବିମଳ, ଟାଗୋର ମେମୋରିୟଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଆର୍.ଭାରତୀ ପ୍ରମୁଖ ମଞ୍ଚାସୀନ ଥିଲେ । ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରି ବିଦ୍ୟାଲୟରେ ପଢୁଥିବା ଛାତ୍ର/ଛାତ୍ରୀ ମାନଙ୍କ ମଧ୍ୟରେ ରହିଥିବା ଲୁକାୟିତ ପ୍ରତିଭା ଏହି ଭଳି କାର୍ଯ୍ୟକ୍ରମ ମାଧ୍ୟମରେ ପରିପ୍ରକାଶ ହୋଇପାରୁଛି ବୋଲି କହିଥିଲେ । ଗୋଷାଣି କ୍ଲଷ୍ଟରରେ ଥିବା ସମସ୍ତ ବିଦ୍ୟାଳୟର ପ୍ରତିଭାବାନ ଛାତ୍ର/ଛାତ୍ରୀ ବିଭିନ୍ନ ପ୍ରତିଯୋଗୀତା ତଥା ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ୍, ସୃଜନ ଶିଳଲିଖନ,ବକୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ହସ୍ତକଳା ଆଦି ଦଶରୁ ଉର୍ଦ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କନିଷ୍ଠ, ବରିଷ୍ଠ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଭାଗ ନେଇ ପ୍ରଶଂସନିୟ ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି ପ୍ରତିଯୋଗିତା ଗୁଡିକରେ କୃତି ପ୍ରତିଯୋଗୀ ମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିବା ପାଇଁ ବିବେଚିତ ହୋଇଛନ୍ତି । ଅପରାହ୍ନ ତଥା ପୁରସ୍କାର ବିତରଣ ସଭାରେ ବିଇଓ ଟି.କିଶୋର କୁମାରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଏନ୍.ବୀରରାଜୁ, ଉପଲଡା ସରପଞ୍ଚ ଡି.ତ୍ରିବେଣୀ, ଏବିଇଓ ଏନ୍.ବିମଳ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତିତ୍ବ ହାସଲ କରିଥିବା ପ୍ରତିଯୋଗୀଙ୍କୁ ମାନପତ୍ର ଦେଇ ପୁରସ୍କାର ପ୍ରଦାନ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଗୋଷାଣି କ୍ଲଷ୍ଟରର ସିଆରସିସି ରସ୍ମିତା ସାମଲ, ଦେଉଳା ହାଇସ୍କୁଲର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ପାଣି, ଜଗଦୀଶ ପାତ୍ର ପ୍ରମୁଖ ପରିଚାଳନା କରିଥିବା ବେଳେ ଗୋଷାଣି ବ୍ଲକର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *