ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ସତ୍ୟବ୍ରତ ଦାଶ : ସବୁ ଖବର ରେ ଥିଲେ ପାଣ୍ଡିଆନ , କିନ୍ତୁ VRS ନେଇ ସମସ୍ତେ ଥିଲେ ବେଖବର ! ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ଉଭୟ ବିଜେଡି ଓ ସରକାରୀ କଳରେ ପାଣ୍ଡିଆନ ପ୍ରଭାବଶାଳୀ ଅଛନ୍ତି । ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ିବାକୁ ନେଇ ରାଜନୀତି ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି !