ବାଲୁଗାଁ କୋତରୀ ଛକ ନିକଟରେ ସଡ଼କ ଦୁର୍ଘଟଣା : ୪ ଗୁରୁତର !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ କୋତରୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟି ଯାଇଛି ! ଉକ୍ତ ଦୁର୍ଘଟଣା ରେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ସକାଳ ସମୟରେ ନାଚୁଣୀ ରୁ ବାଲୁଗାଁ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ଅଟୋ କୌଣସି କାରଣରୁ ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ କୋତରୀ ଛକ ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ ର ପଛପଟ କୁ ଶକ୍ତ ଧକା ଦେଇଥିଲା । ଯାହା ଫଳରେ ଅଟୋ ରେ ଥିବା ୩ ଜଣ ଯାତ୍ରୀଙ୍କ ସମେତ ଅଟୋ ଡ୍ରାଇଭର ଗୁରୁତର ଆହତ ହୋଇ ପଡ଼ିଥିଲେ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଲୁଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠେଇ ଦେଇ ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *